ନୟାଗଡ଼,(ଶୁଭ୍ରାନିଲ) : ନୟାଗଡ଼ ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ ଅଧ୍ୟକ୍ଷ ତଥା କଟକ ସାଂସଦ ଭର୍ତ୍ତୁହରୀ ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦ ସୃଜନ ସଭାଗୃହରେ ଅନୁଷ୍ଠିତ ବୈଠକରେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ବିଷ୍ଣୁପ୍ରିୟା ବେହେରା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ପ୍ରମୂଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।
