ନୟାଗଡ,(ଶୁଭ୍ରାନିଲ): ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଉତ୍ସାହ ଓ ଉତ୍ସବମୟ ପରିବେଶରେ ନୟାଗଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଉଦଘାଟିତ ହୋଇଛି। ସମଗ୍ର ଶିକ୍ଷା ଆନୁକୁଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଉଦଘାଟନ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ବନଲତା ବେହେରା, ଗୀତାଞ୍ଜଳି ସାହୁ, ସନ୍ଧ୍ୟାରାଣୀ ରାଉତ, ଆଦିବାସୀ ହରିଜନ ଶିକ୍ଷା ସଂଯୋଜିକା ଶୁଭସ୍ମିତା ଦାସ ଓ ନୟାଗଡ ଭାରପ୍ରାପ୍ତ ବ୍ଲକ ଶିକ୍ଷା ଅଧିକାରୀ ଉମାକାନ୍ତ ସେଠି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସଂଗୀତଜ୍ଞ ସତ୍ୟ ନାରାୟଣ ମହାପାତ୍ର ମଞ୍ଚ ସଂଯୋଜନା କରିଥିଲେ।
